#Local

ପୁରୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ; କଲେ ମହାପ୍ରଭୁଙ୍କ ଦର୍ଶନ

କନକ ବ୍ୟୁରୋ : ପୁରୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ । ସାଥିରେ ଅଛନ୍ତି ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି । ସେଠାରେ ପହଞ୍ଚି କରିଛନ୍ତି ମହାପ୍ରଭୁଙ୍କ ଦର୍ଶନ । ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନିତିନ ନବୀନ ପହଞ୍ଚିବା ପରେ ସେଠାରେ ଚାଲିଥିଲା ଗୁରୁତ୍ୱପୂର୍ଣ୍ଣ କୋର କମିଟି ବୈଠକ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଥିଲା କୋର କମିଟି ବୈଠକ । ଓଡ଼ିଶା ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କୋର କମିଟି ବୈଠକରେ ଯୋଗ ଦେଇଥିଲେ । ଏହାସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜନ୍ତ ପଣ୍ଡା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ କୋର କମିଟି ବୈଠକରେ ଯୋଗ ଦେଇଥିଲେ ।

ପୁରୀରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ; କଲେ ମହାପ୍ରଭୁଙ୍କ ଦର୍ଶନ

Odisha youth from Ganjam killed in Moscow

Leave a comment

Your email address will not be published. Required fields are marked *