ଶ୍ରୀମନ୍ଦିରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହାନ , ପତ୍ନୀଙ୍କ ସହ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ କେନ୍ଦ୍ର କୃଷି ମନ୍ତ୍ରୀ

କନକ ବ୍ୟୁରୋ : ପୁରୀରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ । ପତ୍ନୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସ୍ୱାଗତ କରାଯାଇଥିଲା ।
ଅଧିକ ପଢ଼ନ୍ତୁ : ମା’ କଟକଚଣ୍ଡୀଙ୍କ ପୀଠରେ ବରିଷ୍ଠ ବିଜେପି ନେତା ଶିବରାଜ ସିଂ ଚୌହାନ । ପରେ ମା’ ଶାରଳାଙ୍କ ପୀଠରେ କଲେ ପୂଜାର୍ଚ୍ଚନା ।
କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରିବା ସହ ପାର୍ଶ୍ଵ ଦେବାଦେବୀଙ୍କୁ ମଧ୍ୟ ଦର୍ଶନ କରି ନିଜକୁ ଧନ୍ୟମନେ କରିଛନ୍ତି । ଶ୍ରୀମନ୍ଦିରକୁ ଯିବା ସମୟରେ ବ୍ୟାରିକେଡ଼ରେ ଥିବା ଭକ୍ତମାନଙ୍କୁ ହାତ ହଲାଇ ଅଭିବାଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।
English 




























































































































































































































































































































































































































































































































































































































































































































































































































































































































































































































































































































































































































































